ଜାନୁଆରୀ ୧୬ରୁ ଆରମ୍ଭ ହେବ ରାଜାରାଣୀ ସଂଗୀତ ଉତ୍ସବ

Spread the love

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜାରାଣୀ ସଂଗୀତ ଉତ୍ସବ ଆୟୋଜିତ ହେବ।ଭୁବନେଶ୍ୱର ସ୍ଥିତ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ରହିଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ।ରାଜାରାଣୀ ସଂଗୀତ ଉତ୍ସବର ପ୍ରଥମ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେବେ।