ଶ୍ରୀମନ୍ଦିର ବାହାର କାଠ ନିକଟରେ ପୋଲିସ ମାଡ଼ରେ ନାବାଳକ ଗୁରୁତର ଅଭିଯୋଗ। ତାଙ୍କୁ ମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଯିବ ବୋଲି କହିଛନ୍ତି ଡାକ୍ତର । ଶୁକ୍ରବାର ରାତିରେ ଭଦ୍ରକ ଭଣ୍ଡାରିପୋଖରୀ ଅଂଚଳର ଅଚ୍ୟୁତାନନ୍ଦ ବିଶ୍ୱାଳ ପତ୍ନୀ ଓ ନାବାଳକ ପୁଅ ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଇଥିଲେ। ବାହାର କାଠ ନିକଟରେ ସେମାନେ ଦର୍ଶନ କରୁଥିବା ବେଳେ ଗହଳି ଭିତରେ ଜଣେ ପୋଲିସ ପୋଷାକଧାରୀ ତାଙ୍କ ପୁଅକୁ ବାଡେଇଥିଲେ।
