ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ନେଇ ପ୍ରସ୍ତୁତି। ଆସନ୍ତା ଫେବ୍ରୁଆରିରେ ପୁରୀ ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୩ ତାରିଖ ସନ୍ଧ୍ୟାରେ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ରାଷ୍ଟ୍ରପତି ପହଁଚିବା ପରେ ଲୋକ ଭବନ ଯିବେ।୪ ତାରିଖ ସକାଳେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବେ। ପରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଗତକାଲି ଛତିଶା ନିଯୋଗ ବୈଠକରେ ସମସ୍ତ ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ଆଜି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି ପ୍ରତୀକ୍ ସିଂ।
President to Visit Puri: ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
