ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ଘଟିଛି। ସେଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ।ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ICUରେ ଭର୍ତ୍ତି ହୋଇଥିଲେ। ସେ ଅକ୍ଟୋବର ୨୩ ତାତିଖରୁ ICUରୁ ବାହାରି ଜେନେରାଲ ମେଡିସିନ ୱାର୍ଡରେ ଚିକିତ୍ସିତ ହେଉଥିଲେ।
ଫୁସଫୁସ ସଂକ୍ରମଣରେ ଗୁରୁତର ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏକାଧିକ ରୋଗରେ ମଧ୍ୟ ସଂକ୍ରମଣ ହୋଇଥିଲେ। ସେ କୋମାରେ ରହି ଧିରେ ଧିରେ ସୁସ୍ଥ ହେଉଥିଲେ। ହସ୍ପିଟାଲରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ। ଗତ କାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
