ଆଜି ଆସିବ ୨୦୨୬-୨୭ ବଜେଟ। ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଆସନ୍ତା ଆର୍ଥିକ ବର୍ଷ ପାଇଁ ବଜେଟ ଆକାର ୩ଲକ୍ଷ ୨୦ହଜାର କୋଟି ଛୁଇଁବ ବୋଲି ଆକଳନ କରାଯାଉଛି। ଗୃହ ସ୍ୱାଭାବିକ ରହିଲେ, ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ। ତେବେ ଗୃହ କାର୍ଯ୍ୟ ସ୍ୱାଭାବିକ ହେବ କି ନାହିଁ ତାହାକୁ ନେଇ ସଂନ୍ଦେହ ରହିଛି
