ବଦଳିପାରେ ରାଜ୍ୟର ପାଣିପାଗ। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଲଘୁଚାପର ଗତି ଓ ପ୍ରଭାବ ନେଇ ସ୍ପଷ୍ଟ ହୋଇନାହିଁ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏନେଇ ରାଜ୍ୟରେ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।
