ଆଗୁଆ ନୁହେଁ, ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ସେ କହିଛନ୍ତି, ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସବଡିଭିଜନ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ୧୦ ଦିନ ଭିତରେ ଜିଲ୍ଲାପାଳଙ୍କ ସହ ବୈଠକ ହୋଇଛି। ବୁଥ, ବାଲଟ ବକ୍ସ ସମେତ ଯାହା ଯାହା ଆବଶ୍ୟକ ସେନେଇ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର।
Panchayat Elections:ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ
